ବାଲିଯାତ୍ରା ଅତୀତ ଉତ୍କଳର ଗୌରବମୟ ସଂସ୍କୃତିର ବାର୍ତ୍ତା ବହନକରେ । ତଅପୋଇ କିମ୍ବଦନ୍ତି ଏହି ପରମ୍ପରାରେ ରୋମାଞ୍ଚ ଭରିଅଛି । ଓଡ଼ିଆଙ୍କ ପ୍ରତି ରକ୍ତବିନ୍ଦୁରେ ଆକାମାବୈରେ ଗୁଂଜରିତ ସେଦିନର ଉପକୂଳ ଅଞ୍ଚଳ ସମୂହର ସ୍ୱର୍ଣିମ ଅଧ୍ୟାର ସ୍ମୃତି ଆଜିବି ଗୁଂଜରିତ । ଆଉ ସେହି ପରମ୍ପରାକୁ ଉତ୍ସବ ଭାବେ ପାଳନ କରିବା ନିମିତ୍ତ ସରକାରଙ୍କ ପ୍ରୟାସରେ କଟକରେ ଅନୁଷ୍ଠିତ ହୁଏ ବାଲିଯାତ୍ରା ।
ବାଲିଯାତ୍ରା କେବେ ଓ କାହିଁକି ଆରମ୍ଭ ହେଇଥିଲା ତାହା ସଠିକ ଭାବରେ ନିର୍ଦ୍ଧାରିତ ହୋଇ ନାହିଁ।
ଓଡ଼ିଶାର ପୁରପଲ୍ଲୀରେ ଓଡ଼ିଆମାନେ ବୋଇତ ବନ୍ଦାଣ କାଠ ଓ ସୋଲ ତିଆରି ଡଙ୍ଗା ଭିନ୍ନ ଭିନ୍ନ ସ୍ଥାନରେ ଭସାଇ ଏହି ଇତିହାସକୁ ମନେପକାଇ ପାଳନ କରାଯାଇଥାଏ ।
ବାଲି ଅର୍ଥାତ୍ ଅଧୁନ ଇଣ୍ତୋନେସିଆର ବାଲିଦ୍ୱୀପ ଯାହା ସହ କଳିଙ୍ଗର ନୌବାଣିଜ୍ୟ ସମ୍ପର୍କ ରହିଥିଲା । ଓଡ଼ିଆ ସାଧବ ପୁଅ ଅର୍ଥାତ୍ ବଣିକ ଗୋଷ୍ଠିର ପ୍ରତିନିଧି ଗଣ ବାଲି ଦ୍ୱୀପ ସହ ଯାଭା, ସୁମାତ୍ରା, ବୋର୍ଣିଅ ଦ୍ୱୀପମାନଙ୍କ କାର୍ତ୍ତିକ ପୂର୍ଣ୍ଣିମା ଦିନ ଗମନ କରୁଥିଲେ ଏବଂ ବ୍ୟବସାୟରୁ ପ୍ରାପ୍ତ ଧନସମ୍ପଦ ଉତ୍କଳର ଅର୍ଥନୀତିକୁ କରୁଥିଲେ ସମୃଦ୍ଧ । ଯଦିଓ ଅନ୍ୟାନ୍ୟ ଅଞ୍ଚଳ ସହ ବାଣିଜ୍ୟିକ ସମ୍ପର୍କ ରହିଥିଲା, କିନ୍ତୁ ବାଲି ଦ୍ୱୀପ ପେଣ୍ଠସ୍ଥଳୀ ଭାବେ ପରିଗଣିତ ଥିଲା । ଏଣୁ ଏଭଳି ନାମକରଣ କରାଜାଇଛି ବୋଲି ଅନୁମାନ କରାଯାଏ ।
ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟ ଭିତ୍ତିକ ଯାତ୍ରା । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା ,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା ।
ଅନ୍ୟମତାନୁସାରେ କାର୍ତ୍ତିକ ପୂର୍ଣ୍ଣିମାରେ ଉଚ୍ଚାରିତ ଆକାମାବୈ ଶବ୍ଦ ବର୍ଷର ମୁଖ୍ୟ ଚାରିମାସ ଯାହା ଯଥା - ଆଷାଢ, କାର୍ତ୍ତକ, ମାର୍ଗଶୀର ଏବଂ ବୈଶାଖା ; ସେଥିରେ ଧର୍ମ କର୍ମ ସମୂହ ତଥା ଇଶ୍ୱରୋପାସନା କରିବାକୁ ଦର୍ଶାଏ । ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆ-କା-ମା-ବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେ ପକାଇଥାନ୍ତି ।
ଆ-କା-ମା-ବୈ, ପାନ ଗୁଆ ଖାଇ,
ପାନ ଗୁଆ ତୋର,
ମାସକ ଧର୍ମ ମୋର ।
ବର୍ତ୍ତମାନ କଟକ ସହରରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ପାରିବାରିକ ଉତ୍ସବ ଭାବେ ବାଲିଯାତ୍ରା ଉତ୍ସବ ପାଳନ ହେଉଛି । ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ଅନେକ ବ୍ୟବସାୟି ବାଣିଜ୍ୟ ମେଳାରେ ଅଂଶଗ୍ରହଣ କରି ନିଜର ଦ୍ରବ୍ୟ ବିକ୍ରି କରି ଉପଯୁକ୍ତ ପାରିଶ୍ରମିକ ଲାଭ କରୁଛନ୍ତି । ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେଉଅଛି ଜଉଥିରେ ସ୍ଥାନୀୟ କଳାକାର ନିଜର ଗାନ୍ଧର୍ବ କଳା ପ୍ରଦଶିତ କରି ଅନେକ ପ୍ରଶଂସା ସାଉଁଟିବା ସହ ଦେଶ ବିଦେଶରେ ପରିଚିତ ହେଉଛନ୍ତି । ଆଠଦିନ ବ୍ୟାପି ଏହି ମହୋତ୍ସବରେ ଏକ ହଜାରରୁ ଉର୍ଦ୍ଧ୍ୱ ଷ୍ଟଲ ମାନ ବସାଯାଇ ହସ୍ତଶିଳ୍ପ, କାରୁକାର୍ଯ୍ୟ, ପାରମ୍ପାରିକ ଦ୍ରବ୍ୟ, ଘରୋଇ ଉପକରଣ, ଆସବାବପତ୍ର ଆଦି ବିକ୍ରିହୁଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁ ସ୍ଥାନରେ ବିକ୍ରିହୁଏ |
ଏବଂ
ଏହି ଐତିହ୍ୟପୂର୍ଣ୍ଣ ଗଣମହୋତ୍ସବର କାରଣ ସମ୍ବନ୍ଧରେ ଆମର ମହାଜନମାନେ keteka ମତ ଉପସ୍ଥାପନ କରି ଆସୁଛନ୍ତି ।
ଜନଶ୍ରୁତି anusare
କଳିଙ୍ଗର ସାଧବମାନେ ଭିନ୍ନ ଭିନ୍ନ ନଦୀଘାଟରୁ ଏବଂ ଓଡ଼ିଶାର ସପ୍ତ ବନ୍ଦରରୁ ବାଣିଜ୍ୟ କରିବାକୁ ଯାଉଥିଲେ । kintu
ପ୍ରଥମ ମତଟି ହେଲା ବୃହତ କଳିଙ୍ଗ ରାଷ୍ଟ୍ରର ସାଧବମାନେ ଏହିଦିନ ବିଦେଶକୁ ବାଣୀଜ୍ୟ କରିବାକୁ ଯାଉଥିଲେ । ଜଳପଥରେ ଯାଉଥିବାରୁ ମହାନଦୀ କୂଳରେ ସେମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେବା ଉଦ୍ଦେଶ୍ୟରେ ଏହି ଯାତ୍ରା ଆରମ୍ଭ ହୋଇଥିଲା ।
ଦ୍ୱିତୀୟ ମତଟି ହେଲା ଏହିଦିନଟିରେ ବାଣିଜ୍ୟ ବେପାର ସାରି ଦୀର୍ଘଦିନ ପରେ ସାଧବମାନେ ନିଜ ଜନ୍ମମାଟିକୁ ଫେରିଆସୁଥିବାରୁ ସେମାନଙ୍କ ସ୍ୱାଗତ - ସମ୍ବର୍ଦ୍ଧନା ଉପଲକ୍ଷେ ବାଲିଯାତ୍ରା ଅନୁଷ୍ଠିତ ହେଉଥିଲା । ସେମାନେ ଚତୁର୍ମାସ୍ୟା (ଆଷାଢ, କାର୍ତ୍ତକ, ମାର୍ଗଶୀର ଏବଂ ବୈଶାଖା) ଯିବାପରେ ଜଳପଥରେ ବିଦେଶ ଯାଉଥିଲେ । କାରଣ ଏହି ଚାରିମାସ ସମୁଦ୍ରର ଜଳପଥ ବିପଦପୂର୍ଣ୍ଣ ରହୁଥିଲା ।
ତୃତୀୟ ମତଟି ହେଲା ମହାନଦୀର ଏହି ଘାଟରେ ଶ୍ରୀଚୈତନ୍ୟ ବିରାଜମାନ କରି ଉଦଣ୍ଡ କୀର୍ତ୍ତନ ସହିତ ଆତ୍ମବିସ୍ମୃତ ହୋଇ ମହାନଦୀର ବାଲିଘାଟ ପର୍ଯ୍ୟନ୍ତ ଗଡିଗଡି ଲୋଟି ଯାଇଥିଲେ । ଯେଉଁଥି ପାଇଁ ଏହି ଘାଟର ନାମ ଗଡ଼ଗଡିଆ ଘାଟ । ସେହି ସ୍ମୃତିକୁ ଧରିରଖିବା ଉଦ୍ଦେଶ୍ୟରେ ଯେଉଁ ପ୍ରାରମ୍ଭିକ ଉତ୍ସବ ଆରମ୍ଭ ହେଇଥିଲା ବା ଆୟୋଜନ ହୋଇଥିଲା ତାହା ହିଁ ବାଲିଯାତ୍ରା ।
ଶିଳଲେଖ ଅନୁଯାୟୀ ସୋମବଂଶୀ ରାଜା ଉଦ୍ୟୋତକେଶରୀ ଉତ୍କଳ ଦେଶର ରାଜା ଥିଲେ । ସେ ୧୮ ବର୍ଷ ରାଜତ୍ୱ କରିଥିଲେ । ମହାରାଜା ଉଦ୍ୟୋତକେଶରୀ ଚୋଳରାଜା ମାଧବ ବର୍ମାଙ୍କୁ ପରାଜିତ କରି ସମ୍ପୂର୍ଣ୍ଣ ଦକ୍ଷିଣାପଥ ବିଜୟ କରିବା ପରେ ସିଂହଳ ଆକ୍ରମଣ କରିଥିଲେ । ସେତେବେଳେ ସିଂହଳରେ ରାଜା ଚିତ୍ରକେୟୁର ଥିଲେ । ସିଂହଳ ବିଜୟ ପରେ ମଣି, ମୁକ୍ତା ପ୍ରଭୃତି ଧନରତ୍ନ ସେ ସଙ୍ଗରେ ଆଣି ସେ ଜଳପଥରେ ଆସି ମହାନଦୀ ମୂହାଣ ଦେଇ ନିରାପଦ ସ୍ଥାନ କଟକ ଦ୍ୱୀପରେ ପହଞ୍ଚି ବିଶ୍ରାମ ନେଇଥିଲେ । ଲୋକ ମୁଖରେ ପ୍ରସିଦ୍ଧି ଥିଲା ସାଧବ ପୁଅ ବାଲି-ସୁମାତ୍ରା-ବର୍ଣ୍ଣିଓ ଯାଉଥିଲେ, ସିଂହଳ ବିଜୟ କରି ଫେରିଲେ ବି ବାଲିରୁ ଫେରିଲେ ବୋଲି ତୁଣ୍ଡରେ ତୁଣ୍ଡକୁ ଯାଇ ବାଲିଯାତ୍ରା ହୋଇଥିବା ସମ୍ଭବ । ଏହା ବାଲିଯାତ୍ରା ଏକ ଐତିହାସିକ ସତ୍ୟ ହୋଇପାରେ ବୋଲି biswas karajay। ମହାରାଜା ଉଦ୍ୟୋତକେଶରୀ ସିଂହଳ ଦେଶ ବିଜୟ କରି ଜଳପଥରେ ଫେରିବାର ସୃତିରେ ବାଲିଯାତ୍ରା ଅନୁଷ୍ଠିତ ହେଉଛି ବୋଲି ସୂଚନା ମିଳେ ।
ଯଦିଓ ଏହିଦିନ ଠୁ ସପ୍ତାହବ୍ୟାପୀ ଶିଳ୍ପଦ୍ୟୋଗୀ ସପ୍ତାହ ପାଳିତ ହୁଏ ଏବଂ ଓଡ଼ିଶାରେ ଶିଳ୍ପ ସମ୍ଭାବନା ତଥା ବର୍ତ୍ତମାନର ସ୍ଥିତି ସମ୍ପର୍କିତ ଆଲୋଚନା ମାଳା ଅନୁଷ୍ଠିତ ହୁଏ ; କିନ୍ତୁ ଯଉ ମହନୀୟ ଉତ୍କଳିୟ ସଂସ୍କୃତିକୁ ନେଇ ଅତୀତରେ ଏହାର ଅର୍ଥନୀତି ସମୃଦ୍ଧ ରହିଥିଲା, ସେୟାର ପୁନରାଲୋକନ କରେଇ ସେଇଭଳି କାର୍ଯ୍ୟକ୍ରମା ମାନ ଆୟୋଜନ କରାଯାଇପାରିଲେ ଯୁବ ପିଢି ଅନୁପ୍ରାଣିତ ହେବା ସମ ମହାନ୍ ପରମ୍ପରା ଉଜ୍ଜୀବିତ ରଖାଯାଇପାରନ୍ତା । ଅତୀତ ଉତ୍କଳିୟ ସଂକୃତି ଯେ ମହାନ୍ ଏବଂ ବାଲିଯାତ୍ରା ଭଳି ଅନେକ ଗୌରବମୟ ସ୍ମୃତି ଆଜି ଲୋପପାଇବାକୁ ବସିଛି । ଏଣୁ ଓଡ଼ିଶା ସରକାରଙ୍କ ସଂସ୍କୃତି ବିଭାଗ ସେହି ସମ୍ପର୍କିତ ଗବେଷଣା ତଥା ଆଲୋଚନା ମାଳା ଅନୁଷ୍ଠିତ କରେଇବା ସହ ତାହାର କ୍ରିୟାନ୍ୱୟନ ନିମିତ୍ତ ପଦକ୍ଷେପ ନେବା ଉଚିତ ।
Prahallad Sahoo